୬୦ ଗୋଟି ଅଭିଯୋଗ ଶୁଣିଲେ ଜିଲ୍ଲାପାଳ

0 75

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡିଠାରେ ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି । ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଥିବା ଉଲ୍ଲେଖିତ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ଯୋଗଦେଇ ଅଭିଯୋଗ ଗୁଡିକର ଶୁଣାଣି କରିଥିଲେ । ଏହି ଅଭିଯୋଗ ଶୁଣାଣି ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ମୋଟ ୬୦ଟି ଅଭିଯୋଗର ସମାଧାନ ପାଇଁ ପଞ୍ଜିକରଣ ହୋଇଥିଲା । ୧୧ଗୋଟି ଅଭିଯୋଗ ଗୋଷ୍ଠୀଗତ ହୋଇଥିବା ବେଳେ ୪୯ ବ୍ୟକ୍ତିଗତ ସମସ୍ୟା ରହିଥିଲା । ଏଥିମଧ୍ୟରୁ ୩ଗୋଟି ସମସ୍ୟାର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅବଶିଷ୍ଟ ସମସ୍ୟାର ତୁରନ୍ତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ଶ୍ରୀ ପଣ୍ଡା ନିର୍ଦ୍ଦେଶ ଦେଇଥିବାର ଜଣାପଡିଛି । ସେହିପରି ରେଡକ୍ରସ ପାଣ୍ଠିରୁ ୨ଜଣଙ୍କୁ ୪ହଜାର ଟଙ୍କା ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିବାର ଜଣାପଡିଛି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀ, ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା, ସହକାରୀଜିଲ୍ଲାପାଳ ଗୋପାଳ କୃଷ୍ଣ ଅଧିକାରୀ ପ୍ରମୁଖଙ୍କ ସହ ବହୁ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

twenty − 1 =