ପୁଣି ୩୭ଜଣଙ୍କ ଜୀବନ ନେଲା କରୋନା, ୩୫୦୮ ପଜିଟିଭ ଚିହ୍ନଟ

0 169

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୩୮୦୬ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣେ ରହିଥିବା ବେଳେ କଟକ, ଝାରସୁଗୁଡା ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ, ପୁରୀ ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଦେଓଗଡ, କେନ୍ଦ୍ରାପଡା, ରାୟଗଡା, ଓ ବଲାଙ୍ଗୀରରୁ ୨ ଜଣ ଲେଖାଏଁ ରହିଛନ୍ତି । ଗଜପତି, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨୦ଜଣ, ବରଗଡ଼ ଜିଲ୍ଲାରୁ ୫୮ଜଣ, ଭଦ୍ରକ ଜିଲ୍ଲାରୁ ୧୫୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୩୫ଜଣ, କଟକ ଜିଲ୍ଲାରୁ ୩୯୩ଜଣ, ଦେଓଗଡ଼ ଜିଲ୍ଲାରୁ ୩୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୩ଜଣ, ଗଜପତି ଜିଲ୍ଲାରୁ ୪୫ଜଣ, ଗଞ୍ଜାମ ଜିଲ୍ଲାରୁ ୩୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୦ଜଣ, ଯାଜପୁର ଜିଲ୍ଲାରୁ ୩୪୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩ଜଣ, କନ୍ଧମାଳ ଜିଲ୍ଲାରୁ ୩୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୫ଜଣ, କେନ୍ଦୁଝର ଜିଲ୍ଲାରୁ ୮୧ଜଣ, କେନ୍ଦୁଝର ଜିଲ୍ଲାରୁ ୬୧୭ଜଣ, କୋରାପୁଟ ଜିଲ୍ଲାରୁ ୭୭ଜଣ, ମାଲକାନଗିରି ଜିଲ୍ଲାରୁ ୭୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୮ଜଣ, ନୟାଗଡ଼ ଜିଲ୍ଲାରୁ ୧୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୨୦୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୪୫ଜଣ, ସୋନପୁର ଜିଲ୍ଲାରୁ ୩୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୯ଜଣ, ଷ୍ଟେଟ ପୁଲ୍‌ରୁ ୯୫ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

nineteen − thirteen =