ପୁଣି ୪୩ଜଣଙ୍କ ଜୀବନ ନେଲା କରୋନା, ଚିହ୍ନଟ ହେଲେ ୩୦୩୧ ନୂଆ ସଂକ୍ରମିତ

0 179

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୦୩୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

hiring

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ରହିଥିବା ବେଳେ ବରଗଡ଼, କଟକରୁ ୫ ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡ଼ା, ପୁରୀରୁ ୪-୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ, କୋରାପୁଟରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୧ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୦ଜଣ, ବରଗଡ଼ ଜିଲ୍ଲାରୁ ୩୯ଜଣ, ଭଦ୍ରକ ଜିଲ୍ଲାରୁ ୧୩୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୦ଜଣ, ବୌଦ୍ଧ ଜିଲ୍ଲାରୁ ୪୦ଜଣ, କଟକ ଜିଲ୍ଲାରୁ ୨୯୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୦ଜଣ, ଗଜପତି ଜିଲ୍ଲାରୁ ୨୫ଜଣ, ଗଞ୍ଜାମ ଜିଲ୍ଲରାୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୭ଜଣ, ଯାଜପୁର ଜିଲ୍ଲାରୁ ୨୨୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩୯ଜଣ, କନ୍ଧମାଳ ଜିଲ୍ଲାରୁ ୩୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୧ଜଣ, କୋରାପୁଟ ଜିଲ୍ଲାରୁ ୬୮ଜଣ, ମାଲକାନଗିରି ଜିଲ୍ଲାରୁ ୪୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୩ଜଣ, ନୟାଗଡ଼ ଜିଲ୍ଲାରୁ ୧୪୦ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୧୮୦ଜଣ, ରାୟଗଡ଼ା ଜିଲ୍ଲାରୁ ୪୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୦ଜଣ, ଷ୍ଟେଟ୍ ପୁଲ୍‌ରୁ ୭୮ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

one + seventeen =