ଭୁବନେଶ୍ୱର : ରାଜ୍ୟରେ ପୁଣି ୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଏମାନଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୧୫ଜଣ, ଗଞ୍ଜାମ, ରାଉରକେଲା ଓ ଯାଜପୁରରୁ ୮ଜଣ ସୁସ୍ଥ ହୋଇଛନ୍ତି । ସେହିପରି ପୁରୀ, କେନ୍ଦ୍ରାପଡା, କଟକ ଓ ବୌଦ୍ଧରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୩୬ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରେ ପୁଣି ୮୬ଜଣ ନୂତନ ପଜିଟିଭ ଚିହ୍ନଟ ହୋଇଛନ୍ତି ।