ଲଘୁଚାପ କ୍ଷେତ୍ର ସୃଷ୍ଟି, କାଚିବ ବର୍ଷା

0 78

ଭୁବନେଶ୍ୱର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ଓଡ଼ିଶା ପାଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ପ୍ରକାଶ ଯେ ଲଘୁଚାପ ପ୍ରଭାବରେ ୪ରୁ ୫ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷକରି ଉପକୂଳ ଜିଲ୍ଲାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲକରୁ ମଧ୍ୟମଧରଣର ବର୍ଷା ହେବ । ଏଥିପାଇଁ ୧୭ଜିଲ୍ଲାକୁ ୟେଲୋ ଓ ୫ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୬ ତାରିଖରୁ ବର୍ଷାର ପରିମାଣ ବଢି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏହି ସମୟରେ କେତେକ ସ୍ଥାନରେ ବିଜୁଳି ଘଡ଼ିଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ବିଭିନ୍ନ ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

hiranchal ad1
Leave A Reply

Your email address will not be published.

4 × two =