ରାଜ୍ୟରେ ପୁଣି ୪୧ଜଣଙ୍କ ମୁଣ୍ଡ ନେଲା କରୋନା, ଚିହ୍ନଟ ହେଲେ ୬୧୧୮ ନୂଆ ସଂକ୍ରମିତ

0 113

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୮ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୬ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରୁ ୪ ଜଣ ରହିଛନ୍ତି । ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯୫ଜଣ, ବରଗଡ଼ ଜିଲ୍ଲାରୁ ୧୬୪ଜଣ, ଭଦ୍ରକ ଜିଲ୍ଲାରୁ ୨୨୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୩ଜଣ, ବୌଦ୍ଧ ଜିଲ୍ଲାରୁ ୧୧୨ଜଣ, କଟକ ଜିଲ୍ଲାରୁ ୬୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨୩ଜଣ, ଗଜପତି ଜିଲ୍ଲାରୁ ୩୦ଜଣ, ଗଞ୍ଜାମ ଜିଲ୍ଲାରୁ ୯୩ଜଣ, ଜଗତସିଂହପୁର ଜିଲ୍ଲରାୁ ୨୧୮ଜଣ, ଯାଜପୁର ଜିଲ୍ଲାରୁ ୫୬୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୬ଜଣ, କଳାହାଣ୍ଡି ଜିଲ୍ଲାରୁ ୮୦ଜଣ, କନ୍ଧମାଳ ଜିଲ୍ଲାରୁ ୧୪୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୫୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୫ଜଣ, କୋରାପୁଟ ଜିଲ୍ଲାରୁ ୧୮୦ଜଣ, ମାଲକାନଗିରି ଜିଲ୍ଲାରୁ ୧୦୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୬୬ଜଣ, ନୟାଗଡ଼ ଜିଲ୍ଲାରୁ ୧୬୧ଜଣ, ନୂଆପଡ଼ା ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୩୯୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୩ଜଣ, ସୋନପୁର ଜିଲ୍ଲାରୁ ୫୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦୩ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

5 − 2 =