ଆଉ ୬୬ ଜୀବନ ନେଲା କରୋନା, ଚିହ୍ନଟ ହେଲେ ୧୨୦୮

0 91

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୩୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୧୯ ଜଣ, କଟକରୁ ୧୧ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୋଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗୀର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣେ ଲେଖାଏଁ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୬୩ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୬୦ଜଣ, ଯାଜପୁର ଜିଲ୍ଲାରୁ ୫୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯୯ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନାଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୫୮ଜଣ, ରାୟଗଡ଼ା ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

18 − seventeen =