ରାଜ୍ୟରେ କମୁଛି ସଂକ୍ରମଣ

0 104

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୮୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବର୍ଗର ୧୨୮ ଜଣ ଅଛନ୍ତି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୭୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ । ବାକି ୪୧୨ଟି ଲୋକାଲ୍‌ କେସ୍‌? । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୩ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୩୯, ଅନୁଗୋଳରୁ ୨୪, ବାଲେଶ୍ୱରରୁ ୨୫, ବରଗଡରୁ ଜଣେ, ଭଦ୍ରକରୁ ୧୪, ବଲାଙ୍ଗିରରୁ ୧୭, ଦେବଗଡରୁ ୯, ଢେଙ୍କାନାଳରୁ ୧୫, ଗଜପତିରୁ ଜଣେ, ଗଞ୍ଜାମରୁ ୮, ଜଗତସିଂହପୁରରୁ ୪୫, ଯାଜପୁରରୁ ୪୯, କଳାହାଣ୍ଡିରୁ ୬, କନ୍ଧମାଳରୁ ୧୨, କେନ୍ଦ୍ରାପଡାରୁ ୨୩, କେନ୍ଦୁଝରରୁ ୧୩, କୋରାପୁଟରୁ ୩, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୩୨, ନବରଙ୍ଗପୁରରୁ ୬, ନୟାଗଡରୁ ୨୦, ପୁରୀରୁ ୩୨, ରାୟଗଡାରୁ ୪, ସମ୍ବଲପୁରରୁ ୧୫, ସୁବର୍ଣ୍ଣପୁରରୁ ଜଣେ, ସୁନ୍ଦରଗଡରୁ ୧୩ ଓ ଷ୍ଟେଟ୍‌ ପୁଲ୍‌ରୁ ୮୫ ଜଣ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡା, ନୂଆପଡା ଓ ବୌଦ୍ଧ ଜିଲ୍ଲାରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ।
୯୮୬ଟି କେସ୍‌ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୯ ହଜାର ୧୭୩ରେ ପହଞ୍ଚି ଯାଇଛି । ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୮୨ ହଜାର ୩୧୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯,୫୭୮ ଜଣ ଚିକିତ୍ସାଧୀନ ଅଛନ୍ତି । ଅନ୍ୟପକ୍ଷରେ ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୯ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୨୨୩କୁ ବୃଦ୍ଧି ପାଇଛି ।
ଏହି ୬୯ ମୃତକଙ୍କ ମଧ୍ୟରେ ଜଗତସିଂହପୁରରୁ ସର୍ବାଧିକ ୧୨ ଜଣ ଥିବା ବେଳେ କଟକରୁ ୧୧, ଢେଙ୍କାନାଳରୁ ୮, ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ, ଅନୁଗୋଳ, କେନ୍ଦ୍ରାପଡା ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ, ପୁରୀରୁ ୪, ମୟୂରଭଞ୍ଜ ଓ କେନ୍ଦୁଝରରୁ ୩ ଜଣ ଲେଖାଏଁ ଏବଂ ନୟାଗଡ ଜିଲ୍ଲାରୁ ଜଣେ ଅଛନ୍ତି ।
ଏହା ସହିତ ଜଗତସିଂହପୁର ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଥିବା ବେଳେ କଟକରେ ୫୭୮, ଢେଙ୍କାନାଳରେ ୧୭୨, ଭଦ୍ରକରେ ୧୧୪, ଯାଜପୁରରେ ୧୧୩, ଅନୁଗୋଳରେ ୩୧୮, କେନ୍ଦ୍ରାପଡାରେ ୧୯୩, ଖୋର୍ଦ୍ଧାରେ ୧,୪୦୭, ପୁରୀରେ ୪୨୦, ମୟୂରଭଞ୍ଜରେ ୨୪୯, କେନ୍ଦୁଝରରେ ୧୫୧ ଓ ନୟାଗଡ ଜିଲ୍ଲାରେ ୧୯୩ରେ ପହଞ୍ଚିଛି ।

hiranchal ad1
Leave A Reply

Your email address will not be published.

five × 2 =