ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ପିତୃପକ୍ଷ

0 47

ପୁରୀ : ଆଜିଠାରୁ ପିତୃପକ୍ଷ ଆରମ୍ଭ ହୋଇଛି । କୋଭିଡ କଟକଣା ଯୋଗୁ କୌଣସି ଭକ୍ତଙ୍କୁ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ନ ଥିବାରୁ ଚଳିତ ବର୍ଷ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ଗହଳି ଦେଖିବାକୁ ମିଳିଛି । ବହୁ ଲୋକ ନିଜ ନିଜ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି । ଏନେଇ ଆଜି ସକାଳୁ ପୁରୀର ବିଭିନ୍ନ ତୀର୍ଥ ପୁଷ୍କରଣୀ ସମେତ ମହୋଦଧିରେ ଭିଡ଼ ଦେଖିବାକୁ ମିଳିଛି । ଶ୍ରଦ୍ଧାଳୁ ମାନେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବା ସହ ତର୍ପଣ ଅର୍ପଣ କରୁଥିବା ଦେଖିବାକୁ ମିଳିଛି । ଦୀର୍ଘ ପନ୍ଦରଦିନ ଧରି ପିତୃପୁରୁଷ ମାନଙ୍କ ଉଦ୍ଦେଶ୍ୟରେ ତର୍ପଣ କରାଯିବାର ବିଧିରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁରହିବ ।

hiranchal ad1
Leave A Reply

Your email address will not be published.

nineteen − 12 =