ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ ପିଏସ୍‌ ଗିରଫ

0 69

ଭୁବନେଶ୍ୱର : ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିଶନ ସଦସ୍ୟଙ୍କ କୋଟିପତି ପ୍ରାଇଭେଟ୍ ସେକ୍ରେଟାରୀ (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କ ଠାରୁ ଏ ପର୍ଯ୍ୟନ୍ତ ୩ କୋଟି ୭୯ ଲକ୍ଷ ଟଙ୍କାର ସଂପତ୍ତି ଜବତ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ବିରଞ୍ଚିଙ୍କର ଭୁବନେଶ୍ୱର ଓ କଟକ ସ୍ଥିତ ବାସଭବନ ସମେତ ମୋଟ ୬ଟି ସ୍ଥାନରେ ରେଡ୍‌ କରାଯାଇଥିଲା। ରେଡ୍‌ ବେଳେ ଦେଢ଼ କିଲୋ ଓଜନର ସୁନା ଅଳଙ୍କାର, ନଗଦ ୨୫ ଲକ୍ଷ ଟଙ୍କା ଓ ୫୬ ଲକ୍ଷ ଟଙ୍କାର ବୀମା ସାଙ୍ଗକୁ ଅନ୍ୟାନ୍ୟ ଦାମୀ ସାମଗ୍ରୀ ଜବତ କରାଯାଇଥିଲା। ସେହିଭଳି ତାଙ୍କ ଘରୁ ନିଯୁକ୍ତି ସଂପର୍କିତ ବହୁ ଆବେଦନ ପତ୍ର ଓ ଆଡ୍‌ମିଟ୍ କାର୍ଡ ମଧ୍ୟ ଜବତ କରାଯାଇଥିଲା। ତା’ ସହିତ ୧୪ଟି ପ୍ଲଟ୍ ଓ ୨ଟି ଦୁଇ ମହଲା କୋଠା ସମେତ ମୋଟ ୪ଟି ଘର ଠାବ କରିଥିଲେ ଭିଜିଲାନ୍ସ ଅଧିକାରୀ।

hiranchal ad1
Leave A Reply

Your email address will not be published.

five × two =