ଭୁବନେଶ୍ବର :ପୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନମ୍ବର ୱାନ୍ । କୋଭିଡ୍-୧୯ ପରିଚାଳନାରେ ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେ ଦ୍ବାରା କରାଯାଇଥିବା ମୁଡ୍ ଅଫ୍ ଦି ନେସନ ସର୍ଭେରେ, ଦେଶରେ କୋଭିଡ୍ ପରିଚାଳନାରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ । ଏହି ସର୍ଭେରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ ଦେଶରେ ଦ୍ବିତୀୟରେ ରହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ବ ଶର୍ମା ଓ ତାଙ୍କ ପରେ ଅଛନ୍ତି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଏହାକୁ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।