ଭୁବନେଶ୍ୱର : ରାଜ୍ୟରେ ଲଗାତାର ଭାବେ ଦୈନିକ ସଂକ୍ରମଣ କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧାରୁ ୨୨, ବରଗଡରୁ ୧୦, ବାଲେଶ୍ୱରରୁ ୮, ସୁନ୍ଦରଗଡରୁ ୭, ଗଞ୍ଜାମରୁ ୬, କନ୍ଧମାଳ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, କଳାହାଣ୍ଡି, କେନ୍ଦ୍ରାପଡା, ମୟୂରଭଞ୍ଜ, ନୂଆପଡା, ପୁରୀ, ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୭୬ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୬୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୩୧୯ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ଜଣ, ଗଜପତି ଜିଲ୍ଲାରୁ ୧୧ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୯୭ଜଣ, ଯାଜପୁର ଜିଲ୍ଲାରୁ ୧୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୭ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୪୬ଜଣ, କୋରାପୁଟ ଜିଲ୍ଲାରୁ ୨୩ଜଣ, ମାଲକାନାଗିରି ଜିଲ୍ଲାରୁ ୨୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ଜଣ, ନୟାଗଡ଼ ଜିଲ୍ଲାରୁ ୫୯ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୧୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୬ଜଣ, ଷ୍ଟେଟ ପୁଲ୍ରୁ ୮୫ଜଣ ରହିଛନ୍ତି ।
Sign in
Sign in
Recover your password.
A password will be e-mailed to you.
Next Post