ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ

0 90

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଉଷା କୁମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା କିଲିଟାରି ସଭାକକ୍ଷରେ ଅନୁଷ୍ଠିତ ବୈଠକରେ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଜିଲାପାଳ ଶ୍ରୀମତୀ ଅବେଲୀ ସୁନିଲ ନରୱଣେ, ତିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଡୋଳାମଣି ପଟେଲ, ଜିଲ୍ଲା ପରିଷଦ ସଦସ୍ୟ /ସଦସ୍ୟା,ବିଭିନ୍ନ ବ୍ଲକ୍‌ର ଅଧ୍ୟକ୍ଷ/ଅଧ୍ୟକ୍ଷା, ଜିଲାସ୍ତରୀୟ ଅଧିକାରୀପ୍ରମୁଖ ଉପସ୍ଥିତ ଥିଲେ । ଜିଲାପାଳ ଶ୍ରୀମତୀ ନରୱଣେ ସ୍ୱାଗତ ବକ୍ତବ୍ୟ ରଖିଥିଲେ । ମାନ୍ୟବର ମନ୍ତ୍ରୀ ଅର୍ଥ ଓ ଅବକାରୀ ଶ୍ରୀଯୁକ୍ତ ନିରଞ୍ଜନ ପୂଜାରୀ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ ଦିଗରେ ସମସ୍ତ ବିଭାଗ ଓ ଅଧିକାରୀଙ୍କ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରଖି ଯୋଜନା କାର୍ଯ୍ୟକାରୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି । ଆଜିର ବୈଠକରେ ବିଶେଷ ଭାବେ ପଞ୍ଚ ଦଶ ଅର୍ଥ କମିଶନ ଅନାବଦ୍ଧ ପାଣ୍ଠିରୁ ଆବଣ୍ଟିତ ପ୍ରକଳ୍ପ ଗୁଡିକର ୨୦୨୧-୨୨ବର୍ଷ ନିମନ୍ତେ ସଂଶୋଧିତ ପ୍ରସ୍ତାବକୁ ବୈଠକରେ ଅନୁମୋଦନ କରାଯାଇଛି । ଜିଲ୍ଲାର ଗ୍ରାମ୍ୟଞ୍ଚଳରେ ପାନୀୟ ଜଳକୁ ସମସ୍ତଙ୍କୁ ଉପଲବ୍ଧ ସହ ସୁବ୍ୟବସ୍ଥିତ ଓ ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ପୁନଶ୍ଚ ଜିଲ୍ଲାରେ ସାମାଜିକ ବନୀକରଣ, ପଥ ପାର୍ଶ୍ୱ ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ଅଧିକରୁ ଅଧିକ କରିବା ନିମନ୍ତେ ବୈଠକରେ ସଦସ୍ୟ ସଦସ୍ୟା ଗୁରୁତ୍ୱାରୋପ କରିଥିଲେ । ବୈଠକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ର କାର୍ଯ୍ୟକାରିତା, ଉଠା ଜଳସେଚନ ଯୋଜନା କାର୍ଯ୍ୟକାରୀତା ଓ ଅନ୍ୟାନ୍ୟ ଯୋଜନା ଉପର ସମୀକ୍ଷା ହୋଇଥିଲା । ଶେଷରେ ପିଡ଼ିଡ଼ିଆରଡିଏ ଶ୍ରୀଯୁକ୍ତ ଡୋଳାମଣି ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ ।

hiranchal ad1
Leave A Reply

Your email address will not be published.

fifteen − fifteen =