ଆଉ ୫୯ ଜୀବନ ନେଲା କରୋନା, ଚିହ୍ନଟ ହେଲେ ୨୫୪୨

0 127

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୨ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ଜଣ ରହିଥିବା ବେଳେ ବରଗଡ଼, ଗଞ୍ଜାମ, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କଳାହାଣ୍ଡି, କୋରାପୁଟ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ , ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬୦ଜଣ, ବାଲେଶ୍ୱରରୁ୨୨୧ଜଣ, ବରଗଡ଼ରୁ ୧୭ଜଣ, ଭଦ୍ରକରୁ ୧୦୦ଜଣ, ବଲାଙ୍ଗୀରରୁ ୨ଜଣ, ବୌଦ୍ଧରୁ ୭ଜଣ, କଟକରୁ ୪୨୮ଜଣ, ଦେବଗଡରୁ ୭ଜଣ, ଢେଙ୍କାନାଳରୁ ୩୪ଜଣ, ଗଜପତିରୁ ୧୫ ଜଣ, ଗଞ୍ଜାମରୁ ୧୩ ଜଣ, ଜଗତସିଂହପୁରରୁ ୧୨୮ ଜଣ, ଯାଜପୁରରୁ ୧୩୯ ଜଣ, ଝାରସୁଗୁଡାରୁ ୨୪ ଜଣ, କଳାହାଣ୍ଡିରୁ ୧୦ଜଣ, କନ୍ଧମାଳରୁ ୧୯ ଜଣ, କେନ୍ଦ୍ରାପଡାରୁ ୧୬୭ଜଣ, କେଉଁଝରରୁ ୬୯ ଜଣ, ଖୋର୍ଦ୍ଧାରୁ ୪୨୪ଜଣ, କୋରାପୁଟରୁ ୪୦ଜଣ, ମାଲକାନଗିରିରୁ ୪୨ଜଣ, ମୟୁରଭଞ୍ଜରୁ ୧୨୪ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ରୁ ୭୮ଜଣ, ନୂଆପଡ଼ାରୁ ୮ଜଣ, ପୁରୀରୁ ୧୫୦ଜଣ, ରାୟଗଡାରୁ ୩୭ଜଣ, ସମ୍ୱଲପୁରରୁ ୨୮ଜଣ, ସୋନପୁରରୁ ୫, ସୁନ୍ଦରଗଡରୁ ୫୭ ଓ ଷ୍ଟେଟ ପୁଲରୁ ୭୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୩୨,୩୩୦ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯,୦୦,୨୮୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨୭, ୫୮୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

hiranchal ad1
Leave A Reply

Your email address will not be published.

one + 2 =