ପୁଣି ୬୬ଜୀବନ ନେଲା କରୋନା, ୮୬୮ ନୂଆ ଆକ୍ରାନ୍ତ ଚିହ୍ନଟ

0 112

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ସମ୍ବଲପୁର ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୮ଜଣ, ଅନୁଗୁଳ ଜିଲ୍ଲାରୁ ୭ଜଣ । ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଁଏ ରହିଛନ୍ତି । ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, ଦେଓଗଡ଼, ଯାଜପୁର, ଝାରସୁଗୁଡ଼ା, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫୪ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ଯାଜପୁର ଜିଲ୍ଲାରୁ ୪୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୬ଜଣ, ମାଲକାନାଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୨୧ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୫୪ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

5 + 6 =