୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

0 118

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି । ଏହାର ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ଜିଲ୍ଲା ଗୁଡିକ ହେଉଛନ୍ତି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଏହା ସହିତ ଉପକୂଳବର୍ତ୍ତୀ ଜିଲ୍ଲା ଓ ତତ୍‌ସଂଲଗ୍ନ କିଛି ଜିଲ୍ଲାକୁ ମିଶାଇ ମୋଟ ୧୭ଟି ଜିଲ୍ଲାରେ ଘଡ଼ଘଡ଼ି ଓ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନ ରହିଛି । ତେଣୁ ଗୋଟେ ଦୁଇଟି ସ୍ଥାନରେ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।
ଆଗାମୀ ଦୁଇ ଦିନରେ ବର୍ଷାର ପରିମାଣ କମିବ । ଉତ୍ତର ବଙ୍ଗୋପସାଗରରେ ଗଭୀର ସମୁଦ୍ରରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୬୦ କିଲୋମିଟର ମଧ୍ୟରେ ରହିବ । ଏଥିଯୋଗୁଁ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତାକାଲି ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

hiring

hiranchal ad1
Leave A Reply

Your email address will not be published.

18 − one =