ପୁଣି ୬୨ ଜୀବନ ନେଲା କରୋନା, ଚିହ୍ନଟ ହେଲେ ୧୬୩୭ ଆକ୍ରାନ୍ତ

0 105

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୩୭ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨ଜଣ ରହିଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ ରହିଛନ୍ତି । କେନ୍ଦୁଝର ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଞ୍ଜାମ, ଜଗତସିଂହପୁର , କନ୍ଧମାଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୦ଜଣ , ବାଲେଶ୍ୱର ଜିଲ୍ଲାରୁ ୫୭ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୭୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୨୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮୫ଜଣ, ଯାଜପୁର ଜିଲ୍ଲାରୁ ୮୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୫୦ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନାଗିରି ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୩୯ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୭୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୋନପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୧ଜଣ, ଷ୍ଟେଟ ପୁଲ୍‌ରୁ ୭୧ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

8 + 8 =