ଗଣିଆଁରେ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

0 70

ଦଶପଲ୍ଲା : ନୟାଗଡ଼ ଜିଲ୍ଲା ଗଣିଆ ତହସିଲ କାର୍ଯ୍ୟାଳୟ ଗଣିଆଁ ପରିସରରେ ଆଜି ଅପରାହ୍ନରେ ତହସିଲଦାର କିଶୋର କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଣିଆ ବ୍ଲକରେ ଚଳିତବର୍ଷ ରଥଯାତ୍ରା ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ମଣ୍ଡଳ ଉନ୍ନୟନ ଅଧିକାରୀ ସିରିୟାଲ ଶୁଭ୍ର ପଟେଲ, ଗଣିଆ ଥାନାର ଏଏସଆଇ ପ୍ରମୋଦ କୁମାର ନନ୍ଦ ଯୋଗଦେଇଥିଲେ । କୋଭିଡ କଟକଣାକୁ ଆଖି ଆଗରେ ରଖି କେବଳ ସେବାୟତମାନଙ୍କୁ ନେଇ ଶ୍ରୀଜୀଉଙ୍କ ରୀତିନୀତି ପାଳନ କରାଯିବାକୁ ସର୍ବସମ୍ମତି କ୍ରମେ ସ୍ଥିର କରାଗଲା । ରଥଯାତ୍ରା ସମୟରେ ରଥ ଟଣା ହେବ ନାହିଁ କି ଶ୍ରୀଜୀଉଙ୍କୁ ବାହାରକୁ ଅଣାଯିବ ନାହିଁ । ସର୍ବସାଧରଣ ଦର୍ଶନ ଉପରେ ମଧ୍ୟ କଟକଣା ଜାରି କରାଯାଇଛି । ମନ୍ଦିର ସାମ୍ନା ଗେଟ ସମ୍ପୂର୍ଣ୍ଣ ବନ୍ଦ କରି ଯାତ୍ରା ସମୟର ସମସ୍ତ ନୀତିକାନ୍ତି ପାଳନ କରାଯିବା ପାଇଁ ସର୍ବ ସମ୍ମତି କ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

hiranchal ad1
Leave A Reply

Your email address will not be published.

four + 17 =