ଭୁବନେଶ୍ୱର: ଲଗାତର ବଢ଼ିଚାଲିଛି ତୈଳ ଦର। ଥମିବାର ନାଁ ଧରୁ ନାହିଁ। ଏପରି ତୈଳ ଦର ବୃଦ୍ଧି ସାଧାରଣ ଲୋକଙ୍କୁ ଅସ୍ତବ୍ୟସ୍ତ କରିଥିବା ବେଳେ ଏନେଇ ରାଜ୍ୟ ଘରୋଇ ବସ୍ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି।
ତେଲ ଦର କମ୍ କରିବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଛି। ଏଥିପାଇଁ ନଭେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ସରକାରଙ୍କୁ ମହଲତ ଦିଆଯାଇଛି। ଏହା ମଧ୍ୟରେ ତେଲ ଦର ନ କମିଲେ ନଭେମ୍ବର ୧୬ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଘରୋଇ ବସ୍ ଚଳାଚଳ ବନ୍ଦ ରହିବ ବୋଲି ରାଜ୍ୟ ଘରୋଇ ବସ୍ ସଂଘର ସମ୍ପାଦକ କହିଛନ୍ତି।ଆଜି ରାଜ୍ୟ ଘରୋଇ ବସ୍ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ ବସିଥିଲା। ବୈଠକ ପରେ ଏପରି ଚେତାବନୀ ଦିଆଯାଇଛି।