ମହାପ୍ରଭୁଙ୍କ ଆଡକିଆ ବେଶ

0 62

ପୁରୀ : ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ । ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି । ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ ।
ଏହି ବେଶରେ ଘାଗଡା ମାଳି, ବରକୋଳି ମାଳି, ପଦ୍ମମାଳି,ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତିତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର, ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ ।
ଏହି ବେଶରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇଥିବା ବେଳେ ଶୀର୍ଷଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।

hiranchal ad1
Leave A Reply

Your email address will not be published.

five × three =