ପୁଣି ୬୬ ମୁଣ୍ଡ ନେଲା କରୋନା, ଚିହ୍ନଟ ହେଲେ ୧୩୧୫

0 110

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩୧୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୦ଜଣ , ପୁରୀ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ, ଯାଜପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବଲାଙ୍ଗୀର, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୪୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୧ଜଣ, ଜଗତସିଂହପୁର ଜିଲ୍ଲାରୁ ୫୩ଜଣ, ଯାଜପୁର ଜିଲ୍ଲାରୁ ୮୯ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧୩ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନାଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

two × one =