ଆସିଲା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ

0 216

ଭୁବନେଶ୍ବର : ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ କରାଯାଇଥିବା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ କ୍ରାଇମବ୍ରାଞ୍ଚ ନିକଟରେ ପହଞ୍ଚିଛି । ସୌମ୍ୟରଞ୍ଜଙ୍କ ପତ୍ନୀ ବିଦ୍ୟାଭାରତୀ, ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ କ୍ରାଇମବ୍ରାଞ୍ଚର ହସ୍ତଗତ ହୋଇଛି । ପୂର୍ବ ବୟାନ ଓ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ମଧ୍ୟରେ କ୍ରାଇମବ୍ରାଞ୍ଚ ତର୍ଜମା କରୁଛି ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି ।ଉଲ୍ଲେଖଯୋଗ୍ୟ ଯେ, ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାର ଅଭିଯୁକ୍ତ କୁହାଯାଉଥିବା ପତ୍ନୀ ବିଦ୍ୟାଭାରତୀ, ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ସୌମ୍ୟଙ୍କ ରୋଷେୟାଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରଯାଇଥିଲା । ୪ ଘଣ୍ଟାରେ ବିଦ୍ୟାଭାରତୀଙ୍କୁ ୧୦୦ ପ୍ରଶ୍ନ ପଚରାଯାଇଥିଲା । ଡିଏଫଓଙ୍କୁ ୨ଘଣ୍ଟାରେ ପଚରାଯାଇଥିଲା ୧୦୦ ପ୍ରଶ୍ନ । ସେହିପରି ରୋଷେୟାଙ୍କୁ ୬୦ପ୍ରଶ୍ନ କରିଥିଲା କ୍ରାଇମବ୍ରାଞ୍ଚ ।ପ୍ରଥମେ ପୋଲିସର ଜେରା ପରେ କ୍ରାଇମବ୍ରାଞ୍ଚର ଜେରା ପରେ ଶେଷରେ ୩ ଜଣଙ୍କର ଲାଏ ଡିଟେକ୍ସନ କରାଯାଇଥିଲା । ଲାଏ ଡିଟେକ୍ସନ୍ ବେଳେ ଗୁଡାଇତୁଡାଇ ପ୍ରଶ୍ନ କରିଥିଲା କ୍ରାଇମବ୍ରାଞ୍ଜ । ଦୀର୍ଘ ୨ ମାସ ପରେ ବିଦ୍ୟାଭାରତୀଙ୍କୁ ପୁଣି ପ୍ରଶ୍ନ କରି ସନ୍ଦେହ ପଛର କାରଣ ଖୋଜୁଛି କ୍ରାଇମବ୍ରାଞ୍ଚ ଟିମ୍ ।

hiranchal ad1
Leave A Reply

Your email address will not be published.

five + twelve =