ଚିନ୍ତା ବଢାଉଛି କରୋନା ମୃତ୍ୟୁ, ପୁଣି ୬୯ ଜୀବନ ନେଲା କରୋନା

0 75

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୨୯ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୩, କଟକରୁ ୯, ପୁରୀରୁ ୭, କେନ୍ଦ୍ରାପଡାରୁ ୬, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୫୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୨ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୬୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୩୫ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୬୩ଜଣ, ଯାଜପୁର ଜିଲ୍ଲାରୁ ୪୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୬ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲାକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ନୂଆପଡ଼ା ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୪୮ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍‌ରୁ ୭୬ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

4 × four =