ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ଗଜପତି ଜିଲ୍ଲା ଗସ୍ତ, ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର କଲେ ସମୀକ୍ଷା

0 196

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ଦିନିକିଆ ଗସ୍ତ ଅବସରରେ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଗୁଡ଼ିକ ସମୀକ୍ଷା କରିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ୱ ଆୟୁକ୍ତ ବ୍ରହ୍ମପୁର ରଞ୍ଜନ କୁମାର ଦାସ । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ବିଭିନ୍ନ ଯୋଜନା ଗୁଡ଼ିକ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଅବସରରେ ଯୋଜନର ପ୍ରକଳ୍ପ ଗୁଡିକର କାର୍ଯ୍ୟକାରିତା ବେଳେ ସ୍ୱଚ୍ଛତା ଅବଲମ୍ବନ କରାଯିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହା ବ୍ୟତୀତ ଆଗାମୀ ସାଧାରଣ ନିର୍ବାଚନ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବା ସହିତ ଜିଲ୍ଲାରେ ରାଜସ୍ୱ ଆଦାୟ, ରେକର୍ଡ ରୁମ୍‌ ପରିଚାଳନା, ଜାଗା ମିଶନ ସମେତ ବିଭିନ୍ନ ଉନ୍ନତ ମୂଳକ ଯୋଜନା ବିଷୟରେ ସମୀକ୍ଷା କରିଛନ୍ତି ।
ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ ଜିଲ୍ଲାରେ ଚାଲୁଥିବା ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନାର ଅଗ୍ରଗତି ସମ୍ପର୍କରେ ଆୟୁକ୍ତଙ୍କୁ ଅବଗତ କରାଇଥିଲେ । ଜିଲ୍ଲାରେ ଚାଲୁଥିବା ବିଭିନ୍ନ ଯୋଜନା ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ନେଇ ଆୟୁକ୍ତ ସନ୍ତୋଷ ପ୍ରକାଶ କରିଥିଲେ । ଆଜିର ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ କୁମାର,ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର କୁମାର ଦାସ (ରାଜସ୍ୱ) ଓ ରାଜେନ୍ଦ୍ର ମିଞ୍ଜ, ପ୍ରକଳ୍ପ ନିର୍ଦ୍ଦେଶକ, ଜିଲ୍ଲା ସହରାଞ୍ଚଳ ଉନ୍ନୟନ ସଂସ୍ଥା ଅଧିକାରୀ ଗୋରାଚାନ୍ଦ ଗମାଙ୍ଗ, ଉପଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଫାଲଗୁନି ମାଝୀ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

three × 5 =