କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠର ବିକାଶ ପାଇଁ ୩୧୨ କୋଟିରୁ ଊର୍ଦ୍ଧ୍ବ ଟଙ୍କା ବ୍ୟୟରେ ବହୁ ପ୍ରତୀକ୍ଷିତ ସୌନ୍ଦର୍ଯ୍ୟୀକରଣ ଓ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏଥିରେ ପାଖାପାଖି ୬୦ ଏକର ଅଞ୍ଚଳର ବିକାଶ କରାଯିବ।
ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କେନ୍ଦୁଝର ସାଂସଦ ଅନନ୍ତ ନାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଏକ ବିଶାଳ ରୋଡ୍ ସୋ’ ଆସି ଘଟଗାଁ ତାରିଣୀ ପୀଠରେ ପହଞ୍ଚିଥିଲେ। ଏହାପରେ ମିନି ଷ୍ଟାଡିୟମରେ ସାଧାରଣ ସଭାକୁ ଉଦବୋଧନ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପ୍ରକଳ୍ପର ଶୁଭାରମ୍ଭ ତଥା ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ମା’ଙ୍କ ପୀଠ ସମେତ ପୂରା ଘଟଗାଁ ବଜାରକୁ ସୁସଜ୍ଜିତ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ବିଧାୟକ ଆକାଶ ଦାସ ନାୟକ, ହିମାଂଶୁ ଶେଖର ସାହୁ, ପୂର୍ବତନ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ପ୍ରମୁଖ ଯୋଗ ଦେଇଛନ୍ତି।
