ରାଜ୍ୟରେ ଆଉ ୬୮ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

0 56

ଭୁବନେଶ୍ୱର: ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଯେତେ ସଚେତନ ରହିଲେ ବି ରାଜ୍ୟରେ ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ପ୍ରତିଦିନ ୬୦ ଉପରକୁ ଜୀବନ ନେଉଛି କରୋନା ମହାମାରୀ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୭,୯୬୯ କୁ ବୃଦ୍ଧି ପାଇଛି ।ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୨ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳରୁ ୧୧, ଗଜତସିଂହପୁରରୁ ୮, କେନ୍ଦ୍ରାପଡ଼ାରୁ ୬, ବାଲେଶ୍ୱରରୁ ୫, ଢେଙ୍କାନାଳରୁ ୪, ଭଦ୍ରକ ଓ ପୁରୀରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ଯାଜପୁର, ଖୋର୍ଦ୍ଧା, ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

hiring

ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୭୭୫୦ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୩୬୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୭୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୦ ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୫୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୦ଜଣ, ମାଲକାନାଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍‌ରୁ ୫୭ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

1 × 1 =