ବୌଦ୍ଧରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

0 567

ବୌଦ୍ଧ: ଆଜି ବୌଦ୍ଧଗଡ ଏନଏସି ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି । ବୌଦ୍ଧ ସହରରେ ଥିବା ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତୀରେ ଜିଲ୍ଲାପାଳ ତଥା ଅଧ୍ୟକ୍ଷ ଲଲାଟେନ୍ଦୁ ମିଶ୍ର ସକାଳେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏନଏସି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଜାତୀୟ ପତାକା ଉତ୍ତୋଳନ କରିଥିଲେ ଓ ଜାତୀୟ ସଂଗୀତ ଗାନ କରାଯାଇଥିଲା ।

hiring

ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ଏନସି ଜ୍ୟୋତିରଂଜନ ନାଏକ, ଏନଏସି ନିର୍ବାହୀ ଅଧିକାରୀ ଇଂ. ମନୋରଂଜନ ପଣ୍ଡାଙ୍କ ସମେତ ସମସ୍ତ କର୍ମଚାରୀ ଯୋଗ ଦେଇଥିଲେ । ଏନଏସି କର୍ମଚାରୀ ମାନେ କରୋନା ସମୟରେ ଯେଉଁ ଭୂମିକା ନିର୍ବାହ କରୁଛନ୍ତି ସେମାନେ ଧନ୍ୟବାଦ ର ପାତ୍ର ବୋଲି ଜିଲ୍ଲାପାଳ ପ୍ରଶଂସା କରିଥିଲେ । ଭିଡିଓ କନଫରେନ୍ସ ମାଧ୍ୟମରେ ବୌଦ୍ଧରେ କାର୍ଯ୍ୟକ୍ଷମ ମାଇକ୍ରୋ କଂପୋଷ୍ଟ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଲୋକାର୍ପଣ କରିଥିଲେ ।

hiranchal ad1
Leave A Reply

Your email address will not be published.

three × two =