ରାଜ୍ୟରେ ପୁଣି ୬୬୮ କରୋନା ପଜିଟିଭ ଚିହ୍ନଟ, ୧୭ମୃତ

0 97

ଭୁବନେଶ୍ୱର ୨୩ ।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୪୬୨୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୫ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୮୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୮ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୧୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୩୭ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୩୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୬ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୬୮ଜଣ, ପୁରୀ ଜିଲ୍ଲାରୁ ୨୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୫ଜଣ, ଷ୍ଟେଟ ପୁଲ୍‌ରୁ ୧୨ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୪୬୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୧୦୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୦୫୮୧୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୬୦୪୫୩୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
୨୪ ଘଣ୍ଟା ମଧ୍ୟରେ ୬୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ବରଗଡ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀର ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

five + one =