ରାଜ୍ୟରେ ପୁଣି ୪୧୮ କରୋନା ପଜିଟିଭ ଚିହ୍ନଟ

0 281

ଭୁବନେଶ୍ୱର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୭୨୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୧ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ଜଣ, କଟକ ଜିଲ୍ଲାରୁ ୨୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୯ଜଣଷ ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରାପୁଟ ଜିଲ୍ଲାରୁ ୯ଜଣଷ ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ା ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ ପୁଲ୍‌ରୁ ୫ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୬୭୭ଟି ଆକ୍ଟିଭ୍‌? କେସ୍ ରହିଥିବା ବେଳେ ୩୧୧୨୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୯୦୪୫୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୪୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଏବଂ ନୂଆପଡା ଜିଲ୍ଲାର ୨ ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

four × one =