ରାଜ୍ୟରେ ପୁଣି ୨୬୩ କରୋନା ପଜିଟିଭ ଚିହ୍ନଟ, ୪ ମୃତ

0 72

ଭୁବନେଶ୍ୱର ୨୯ ।୧୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୯୦୦୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୦ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ୍‌? ପୁଲ୍‌ରୁ ୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୯୦୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬୮୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୪୩୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୮୮୨୫୫୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

hiranchal ad1
Leave A Reply

Your email address will not be published.

four × 1 =