ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଲେ ରାଜ୍ୟ ସରକାର

0 116

ଭୁବନେଶ୍ୱର: ବର୍ତ୍ତମାନର କରୋନା ମହାମାରୀ ପରୀପ୍ରେକ୍ଷୀରେ ଛାତ୍ରଛାତ୍ରୀ ମାନଙ୍କ ସ୍ୱାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ତଦନୁଯାୟୀ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଆସନ୍ତା ମଇ ୧୮ ତାରିଖରୁ ଆରମ୍ଭ ହେବାକୁ ଥିବା ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କରୋନା ପରିସ୍ଥିତିରେ ଉନ୍ନତି ଆସିବାପରେ ପରୀକ୍ଷା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ । ଜୁନ୍ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସମ୍ପର୍କରେ ସମୀକ୍ଷା କରିବେ ଏବଂ ଛାତ୍ରଛାତ୍ରୀମାନଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଆସନ୍ତା ମଇ ୩ ତାରିଖରୁ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ମହାମାରୀ କରୋନା ସ୍ଥିତିରେ ଉନ୍ନତି ଆସିବା ପରେ ପରୀକ୍ଷା ସମ୍ବନ୍ଧୀୟ ନିଷ୍ପତ୍ତି ନିଆଯିବ । ୨୦୨୦-୨୧ ଶିକ୍ଷା ବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ ଉତୀର୍ଣ୍ଣ କରାଯିବ । ସେମାନଙ୍କୁ ଏଥିପାଇଁ ଆଉ ବାର୍ଷିକ ପରୀକ୍ଷା ଦେବାକୁ ପଡିବ ନାହିଁ । ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ସମସ୍ତ ନବମ ଓ ଏକାଦଶ ଶ୍ରେୀ ଏବଂ ଦଶମ ଓ ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ୧୯ ତାରିଖ ଠାରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ମସୟରେ ସ୍କୁଲରେ କୌଣସି ସୈଖିକ କାର୍ଯ୍ୟକ୍ରମ କରାଯାଇ ପାରିବନାହିଁ । ଏହି ନିଷ୍ପତ୍ତି ଓଡିଶା ରାଜ୍ୟ ମାଧ୍ୟମିକ ଶିକ୍ଷାବୋର୍ଡ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେ୍‌୍ରରେ ଲାଗୁ ହେବ । ସେହିପରି ସିବିଏସି ଓଡିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ନିମନ୍ତେ ଗତକାଲି ଠାରୁ ସିବିଏସି ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ । ଆସନ୍ତା ୧୯ ତାରିଖ ଠାରୁ ଓ ସେମାନଙ୍କ ଦ୍ୱାରା ପରିଚାଳିତ ହଷ୍ଟେଲ ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଉଲ୍ଲେଖଯୋଗ୍ୟ ଯେ, ଗତକାଲି ସିବିଏସି ବୋର୍ଡ କର୍ତ୍ତୃପକ୍ଷ ୨୦୨୧ ବର୍ଷର ସିବିଏସି ଦଶମ ବୋର୍ଡ ଓ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଥିଲେ ।

hiranchal ad1
Leave A Reply

Your email address will not be published.

17 + 14 =