ପୁଣି ୪୪ଜଣଙ୍କ ଜୀବନ ନେଲା କରୋନା, ୩୪୦୫ ପଜିଟିଭ ଚିହ୍ନଟ

0 192

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । କିନ୍ତୁ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୫ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ କଟକ, ଝାରସୁଗୁଡା, ଖୋର୍ଦ୍ଧା ଓ ପୁରୀ ୪ ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଜଗତସିଂହପୁର, କଳାହାଣ୍ଡି, ଓ ରାୟଗଡାରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବଲାଙ୍ଗିର, ଦେବଗଡ, କେନ୍ଦ୍ରାପଡା, ନୂଆପଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୯୬ଜଣ, ବରଗଡ଼ ଜିଲ୍ଲାରୁ ୬୬ଜଣ, ଭଦ୍ରକ ଜିଲ୍ଲାରୁ ୧୭୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୫୯ଜଣ, କଟକ ଜିଲ୍ଲାରୁ ୨୩୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୪ଜଣ, ଗଜପତି ଜିଲ୍ଲାରୁ ୫୮ଜଣ, ଗଞ୍ଜାମ ଜିଲ୍ଲାରୁ ୩୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ, ଯାଜପୁର ଜିଲ୍ଲାରୁ ୩୯୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫୪ଜଣ, କନ୍ଧମାଳ ଜିଲ୍ଲାରୁ ୫୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ଜଣ, କେନ୍ଦୁଝର ଜିଲ୍ଲାରୁ ୮୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦୦ଜଣ, କୋରାପୁଟ ଜିଲ୍ଲାରୁ ୬୩ଜଣ, ମାଲକାନଗିରି ଜିଲ୍ଲାରୁ ୭୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୩ଜଣ, ନୟାଗଡ଼ ଜିଲ୍ଲାରୁ ୯୭ଜଣ, ନୂଆପଡ଼ା ଜିଲ୍ଲାରୁ ୨୮ଜଣ, ପୁରୀ ଜିଲ୍ଲାରୁ ୧୪୧ଜଣ, ରାୟଗଡ଼ା ଜିଲ୍ଲାରୁ ୪୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୮ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୮ଜଣ, ଷ୍ଟେଟ ପୁଲ୍‌ରୁ ୭୬ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

18 − three =