ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ପଲ୍ସ ଅକ୍ସିମିଟର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ । ଏହି କାର୍ଯ୍ୟକ୍ରମରେ ନାଇକେନପାଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନରେ କାର୍ଯ୍ୟରତ ୭୭ ଜଣ ଆଶାକର୍ମୀଙ୍କୁ ପଲ୍ସ ଅକ୍ସିମିଟର ବଣ୍ଟନ ସହ ତାଙ୍କୁ ଏହାର ବ୍ୟବହାର ବିଷୟରେ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା । ମହାମାରୀ କରୋନା ମୁକାବିଲାରେ ଏହା ବିଶେଷ ସହାୟକ ହେବ ବୋଲି ମତ ପ୍ରକାଶ ପାଇଥିଲା । ଏଠାରେ ସୂଚନାଯୋଗ୍ୟ ଯେ ଏହି ପଲ୍ସ ଅକ୍ସିମିଟର ସବୁ ଅର୍ଥ ଓ ଅବକାରୀ ମନ୍ତ୍ରୀ ତଥା ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କ ବିଧାୟକ ପାଣ୍ଠିରୁ ପ୍ରଦାନ କରାଯାଇଛି । ଏହି ବଣ୍ଟନ କାର୍ଯ୍ୟକ୍ରମକୁ ଜନସ୍ୱାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ସଂଯୋଜନା କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିପିଏମ ଅଶୋକ ମିଶ୍ର, ଆକାଉଣ୍ଟ ମ୍ୟାନେଜର ସୁଜିତ ସାହୁ, ସ୍ୱାସ୍ଥ୍ୟ ପରିଦର୍ଶକ ଶାନ୍ତ୍ୱନୁ ମେହେର ପ୍ରମୁଖ ଉପସ୍ଥିତ ଥିଲେ । ଅମିତ ପଧାନ, ରତନ ବିଶି ପ୍ରମୁଖ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ ।