ନୂଆ ଦାୟିତ୍ଵ ଗ୍ରହଣ ପରେ ପାଣ୍ଡିଆନଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୀକ୍ଷା,ଡିସେମ୍ବର ୧୫ ସୁଦ୍ଧା କାମ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ

0 70

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ବଡିଭୋରରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ଭୋର୍‌ ୪ ରୁ ୬ ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା । ନୂଆ ଦାୟିତ୍ୱ ଗ୍ରହଣ ପରେ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନଙ୍କ ଏହା ଥିଲା ପ୍ରଥମ ସମୀକ୍ଷା ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ତ୍ୱରାନ୍ୱିତ କରି ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ । ଏହା ନୂଆବର୍ଷରେ ଭକ୍ତମାନଙ୍କୁ ନୂଆ ଅନୁଭବ ଦେବ ବୋଲି ସେ ମତବ୍ୟକ୍ତ କରିଥିଲେ ।
ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ଶ୍ରୀ ପାଣ୍ଡିଆନ୍‌ ନିର୍ଦ୍ଦେଶ ଦେଇଥିଲେ । ପରିକ୍ରମା ପ୍ରକଳ୍ପ ଲ୍ୟାଣ୍ଡସ୍କେପ୍‌ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍‌ ପରାମର୍ଶ ଦେଇଥିଲେ । ସେ ଶ୍ରୀମନ୍ଦିର ଚାରି ଦ୍ୱାର କାମ ମଧ୍ୟ ବୁଲି ଦେଖିଥିଲେ ।

hiring


ସ୍ଥାନୀୟ ଲୋକଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍‌ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ମେଘନାଦ ପାଚେରୀ ପାଖରୁ ବିଭିନ୍ନ utilities ଗୁଡିକର ସ୍ଥାନାନ୍ତର,ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍‌ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ ।
ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ , ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମର ଅଗ୍ରଗତି ଶ୍ରୀ ପାଣ୍ଡିଆନ୍‌ ସମୀକ୍ଷା କରିଥିଲେ ଓ ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ ।
ଏହି ପରିଦର୍ଶନ ସମୟରେ ପୁରୀ ଜିଲ୍ଲାପାଳ ,SP OBCC MD ଏବଂ ବିଭିନ୍ନ executing agency ର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

8 + 17 =