ରାଜ୍ୟରେ ପୁଣି ୬ ମୁଣ୍ଡ ନେଲା କରୋନା, ୫୨୭ ନୂଆ ପଜିଟିଭ ଚିହ୍ନଟ

0 122


ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ସାଂଘାତିକ ଆଡକୁ ଗତି କରୁଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଥିଲେ ମଧ୍ୟ ତାହା କରୋନା ସ୍ଥିତିକୁ ନିୟନ୍ତ୍ରଣ କରିପାରୁନାହିଁ । ରାଜ୍ୟର କେତେକ ଜିଲ୍ଲାରେ ସଟଡାଉନ ବଳବତ୍ତର ଥିବା ବେଳେ ଆଉ କେତେକ ଜିଲ୍ଲାରେ ଶନିବାରଓ ରବିବାର ସଟଡାଉନ ବଳବତ୍ତର ରହିଛି । ଆଜି ରାଜ୍ୟରେ କରୋନା ରୋଗରେ ୬ଜଣଙ୍କ ଜୀବନ ଯାଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜିର ଏହି ୬ଜଣଙ୍କ ମିଶାଇ ରାଜ୍ୟରେ ମୃତ୍ୟୁସଂଖ୍ୟା ୪୮କୁ ବୃଦ୍ଧି ପାଇଛି । ସେହିପରି ଆଜି ୫୨୭ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୨୪ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ୫୨୭ ଜଣ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାର ଜଣେ, ବାଲେଶ୍ୱର ଜିଲ୍ଲାର ୨୬ ଜଣ, ବରଗଡ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ୨୧, କଟକ ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୨୫ଜଣ, ଝାରସୁଗୁଡା ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡା ୫ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ, ମାଲକାନଗିରିରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ ଜିଲ୍ଲାରୁ ୧୮ଜଣ, ନୂଆପଡା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୬୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୭୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେସୁଦ୍ଧା ରାଜ୍ୟରେ ୩୦୮୬୯୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

18 + nineteen =