ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମୁଖ୍ୟ ଚିକିତ୍ସାଳୟ ପରିସରରେ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍ଫରେନି୍ସଂ ଜରିଆରେ ପ୍ରକଳ୍ପର ଶିଳାନ୍ୟାସ ହୋଇଛି । କରୋନା ମହାମାରୀ ସମୟରେ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ ଦେଇ ଭିତ୍ତିଭୂମି ସୁଦୃଢ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ଗଜପତି ଭଳି ପଛୁଆ ଜିଲ୍ଲାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମୋହନା କାଳିଆପଟା ଠାରେ ଥିବା କୋଭିଡ କ୍ୟାର୍ ସେଣ୍ଟରକୁ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଦଶଟି ଆଇସିୟୁ ଶଯ୍ୟା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଅନୁପମ ସାହା, ପାରଳା ବିଧାୟକ କେ. ନାରାୟଣ ରାଓ, ମୋହନା ବିଧାୟକ ଦାଶରଥି ଗୋମାଙ୍ଗ, ଜନ ପ୍ରତିନିଧି ଓ ବହୁ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।