ବୌଦ୍ଧରେ ଆଜି ଆଉ ଜଣେ କରୋନା ପଜିଟିଭ ଚିହ୍ନଟ

0 2,760

ବୌଦ୍ଧ : ବୌଦ୍ଧ ଜିଲ୍ଲାରେ ପୂର୍ବରୁ ୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ଜଣକ ଦେହରେ କରୋନା ସଂକ୍ରମଣ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି । କଣ୍ଟାମାଳ ସଙ୍ଗରୋଧ କେନ୍ଦ୍ରରେ ଥିବା ପ୍ରବାସୀ ଶ୍ରମିକଙ୍କ ଦେହରେ କରୋନା ଭୂତାଣୁ ବାହାରିବା ପରେ ଜିଲ୍ଲାରେ କରୋନା ରୋଗୀ ଚିହ୍ନଟ ହେବା ସଂଖ୍ୟା ୫ରେ ପହଞ୍ଚିଛି । ଏ ସଂପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେବା ପରେ ପଜିଟିଭ ଚିହ୍ନଟ ବ୍ୟକ୍ତିଙ୍କୁ କଣ୍ଟାମାଳ ସଙ୍ଗରୋଧ କେନ୍ଦ୍ରରୁ ଭୁବନେଶ୍ୱର ସ୍ଥିତ ସମ୍ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଥିବା ଜଣାପଡିଛି । ପୂର୍ବରୁ ଗତ ସପ୍ତାହରେ ଜଗତି ସଂଗରୋଧ କେନ୍ଦ୍ରର ୩ଜଣ ଓ ତେଲିବନ୍ଧ ସଂଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ଶ୍ରମିକ କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ।

hiranchal ad1
Leave A Reply

Your email address will not be published.

3 × four =