ଆଉ ୪୨ଜଣଙ୍କ ଜୀବନ ନେଲା କରୋନା, ଚିହ୍ନଟ ହେଲେ ୩୪୨୭ ପଜିଟିଭ

0 218

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୪୨୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬, କଟକ, ଝାରସୁଗୁଡା, ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡା, ବାଲେଶ୍ୱର ଓ କୋରାପୁଟରୁ ୩ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ରାୟଗଡା, ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬୧ଜଣ, ବରଗଡ଼ ଜିଲ୍ଲାରୁ ୫୨ଜଣ, ଭଦ୍ରକ ଜିଲ୍ଲାରୁ ୧୩୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୦ଜଣ, ବୌଦ୍ଧ ଜିଲ୍ଲାରୁ ୩୧ଜଣ, କଟକ ଜିଲ୍ଲାରୁ ୩୯୬ଜଣ, ଦେଓଗଡ଼ ଜିଲ୍ଲାରୁ ୨୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୮ଜଣ, ଗଜପତି ଜିଲ୍ଲାରୁ ୨୭ଜଣ, ଗଞ୍ଜାମ ଜିଲ୍ଲାରୁ ୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୮ଜଣ, ଯାଜପୁର ଜିଲ୍ଲାରୁ ୨୮୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୫ଜଣ, କନ୍ଧମାଳ ଜିଲ୍ଲାରୁ ୪୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୪୭ଜଣ, ଖୋର୍ଦ୍ଧାରୁ ୫୫୩, କୋରାପୁଟ ଜିଲ୍ଲାରୁ ୭୨ଜଣ, ମାଲକାନଗିରି ଜିଲ୍ଲାରୁ ୩୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୬୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୦ଜଣ, ନୟାଗଡ଼ ଜିଲ୍ଲାରୁ ୧୪୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୨୧୭ଜଣ, ରାୟଗଡ଼ା ଜିଲ୍ଲାରୁ ୯୪ଜଣ, ସମ୍ବଲପୁର ଜିଲ୍ଲାରୁ ୩୨ଜଣ, ସୋନପୁର ଜିଲ୍ଲାରୁ ୩୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୮ଜଣ, ଷ୍ଟେଟ ପୁଲ୍‌ରୁ ୮୨ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

17 + 19 =