କରୋନା ସହ ଲଢି ଆଖି ବୁଜିଲେ ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ

0 297

କଟକ: ଶେଷରେ କରୋନା ସହ ଲଢି ଲଢି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ରାଜ୍ୟ ଭିଜିଲାନ୍ସ ବିଭାଗର ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ । ସେ ଥିଲେ ଏକାଧାରରେ ପୋଲିସ ବିଭାଗର ଅତିରିକ୍ତ ଡିଜି, ବିଶିଷ୍ଟ ସାହିତ୍ୟିକ । ଡକ୍ଟର ପାଣିଗ୍ରାହୀଙ୍କର ଶୁକ୍ରବାର ରାତିରେ କୋଲକାତାର ମେଡିକା ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି । କରୋନାରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୬ ବର୍ଷ ହୋଇଥିଲା ।

hiring

ଡକ୍ଟର ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇ ମେ ୨୯ ତାରିଖରେ କଟକର ଅଶ୍ବିନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । କିନ୍ତୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ଗୁରୁତର ହେବାରୁ ‌ଏକମୋ ସହାୟତାରେ ଚିକିତ୍ସା ପାଇଁ ଜୁନ୍ ୮ ତାରିଖରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତା ନିଆଯାଇଥିଲା । କିନ୍ତୁ ସେଠାରେ ଡାକ୍ତରଙ୍କ ସମସ୍ତ ଉଦ୍ୟମ ବିଫଳ ହୋଇଛି ।

ଡକ୍ଟର ପାଣିଗ୍ରାହୀଙ୍କର ପତ୍ନୀ ଅଧ୍ୟାପିକା ତଥା ବିଶିଷ୍ଟ କଣ୍ଠଶିଳ୍ପୀ ଝୁମକି ରଥ, ଗୋଟିଏ ଝିଅ ଓ ଗୋଟିଏ ପୁଅ ଅଛନ୍ତି । ତାଙ୍କ ବିୟୋଗରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅନ୍ୟାନ୍ୟ ନେତୃବୃନ୍ଦ ଦେବାଶିଷଙ୍କ ବିୟୋଗରେ ଶୋକ ଜଣାଇଛନ୍ତି ।

hiranchal ad1
Leave A Reply

Your email address will not be published.

four + five =