କେନ୍ଦ୍ର ମନ୍ତ୍ରୀପଦ ରେସରେ ବିଶେଶ୍ୱର, ବୈଷ୍ଣବ : ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ନେତାଙ୍କ ଭିଡ

0 167

ଆଦିଲ୍ଲୀ:  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ କରିବେ  । ସଂଧ୍ୟା ୬ଟାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କରାଯିବ ବୋଲି ଜଣାପଡ଼ିଛି  । ତେବେ ମୋଦିଙ୍କ ଟିମରେ ଓଡ଼ିଶାରୁ କିଏ ନୂଆ ମୁହଁ ଭାବେ ସ୍ଥାନ ପାଇବେ ତାହାକୁ ନେଇ ଚର୍ଚ୍ଚା ଜୋରଧରିଛି  । ତେବେ ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି  । ମନ୍ତ୍ରୀ ରେସରେ ବିଶ୍ୱେଶ୍ୱର ଟୁଡୁ ଥିବା ସୂଚନା ମିଳିଛି । ଏହାଛଡ଼ା ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ, ବଲାଙ୍ଗୀର ସାଂସଦ ସଂଗୀତା ସିଂହଦେଓ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ବରିଷ୍ଠ ନେତା ବୈଜୟନ୍ତ ପଣ୍ଡାଙ୍କ ନାମକୁ ନେଇ ଚର୍ଚ୍ଚା ଜୋରବି ଧରିଥିଲା  । ତେବେ ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ ମୋଦିଙ୍କ ଟିମରେ ସାମିଲ ହେବାର ଯଥେଷ୍ଟ ସମ୍ଭାବନା ରହିଛି  । ଅନ୍ୟପକ୍ଷରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ଏବେ ଠୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ନେତାଙ୍କ ଭିଡ଼ ଜମିବାରେ ଲାଗିଛି । ସେଭେନ ଲୋକକଲ୍ୟାଣ ମାର୍ଗସ୍ଥିତ ପ୍ରଧାନମନ୍ତ୍ରୀଙ୍କ ଘରେ ଭିଡ଼ ଧୀରେ ଧୀରେ ଭିଡ଼ ହେବାରେ ଲାଗିଛି । ନୂଆ ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ପଦ ପାଇବା ନେଇ ଚର୍ଚ୍ଚାରେ ଥିବା ନେତା ମୋଦୀଙ୍କ ବାସଭବନରେ ପହଞ୍ଚୁଥିବା ଜଣାଯାଇଛି । ବିଜେପି ସଭାପତି ଜେ.ପି ନଡ୍ଡା ଓ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ ପହଞ୍ଚିଥିବା ଜଣାଯାଇଛି ।

hiranchal ad1
Leave A Reply

Your email address will not be published.

4 × 5 =