ଚାଲିଗଲେ ପ୍ରଣବ ମୁଖାର୍ଜୀ

0 167

ନୂଆଦିଲ୍ଲୀ: ଆଜି ପୂର୍ବତନ ରାଷ୍ଟ୍ରପତି ତଥା ବର୍ଷିୟାନ୍ କଂଗ୍ରେସ ନେତା ପ୍ରଣବ ମୁଖାର୍ଜୀଙ୍କର ଦିଲ୍ଲୀସ୍ଥିତ ଏକ ଡାକ୍ତରଖାନାରେ ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା ।
ଅଗଷ୍ଟ ୧୦ ତାରିଖ ଦିନ ଶ୍ରୀ ମୁଖାର୍ଜୀ ରାଜାଜୀ ମାର୍ଗସ୍ଥିତ ତାଙ୍କ ବାସଭବନରେ ପଡିଯାଇଥିଲେ । ଚିକିତ୍ସା ନିମନ୍ତେ ତାଙ୍କୁ ନୂଆ ଦିଲ୍ଲୀସ୍ଥିତ ଆର୍ମି ହସ୍ପିିଟାଲ୍‌ରେ ଭର୍ତ୍ତି କରାଯାଇଥିଲା । ପଡିବା ଯୋଗୁଁ ତାଙ୍କ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଯାଇଥିଲା । ରକ୍ତ ଟେଳାଟିକୁ ବାହାର କରିବାକୁ ମସ୍ତିଷ୍କରେ ଜଟିଳ ଅସ୍ତ୍ରପଚାର କରିବାକୁ ପଡିଥିଲା । ଏହାପରେ ତାଙ୍କୁ ଭେଣ୍ଟିଲେଟର୍ ସହାୟତାରେ ରଖାଯାଇଥିଲା ଓ ସେ ଗଭୀର କୋମା ଅବସ୍ଥାରେ ଥିଲେ । ଏହା ପରେ ଫୁସ୍‌ଫୁସ୍ ସଂକ୍ରମଣ କାରଣରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିଚାଲିଥିଲା ।
ମସ୍ତିଷ୍କ ସର୍ଜରୀ ପରେ ଭେଣ୍ଟିଲିଟରରେ ଥିବା ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଆଜି ସକାଳେ ଅବନତି ଘଟିଥିଲା । ଏ ନେଇ ନୂଆଦିଲ୍ଲୀର ଆର୍ମି ହସ୍ପିଟାଲ ପକ୍ଷରୁ ସୂଚନା ଜାରି କରାଯାଇଥିଲା । ଡାକ୍ତରଖାନା ଅନୁଯାୟୀ, ସ୍ୱାସ୍ଥ୍ୟଗତ ଜଟିଳତା ହେତୁ ମୁଖାର୍ଜୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି ହେବାର ୨୦ଦିନ ପରେ ବି ସେ କୋମାରେ ଥିବା ବେଳେ ଆଜି ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଅବନତି ଦେଖା ଦେଇଥିଲା ।

hiranchal ad1
Leave A Reply

Your email address will not be published.

five + eleven =