ରାଜ୍ୟରେ ପୁଣି ୨୬୦୪ କରୋନା ପଜିଟିଭ ଚିହ୍ନଟ, ୧୫ ମୃତ

0 92

ଭୁବନେଶ୍ୱର ୧୪ ।୧୦: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୬୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୯୫୪୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧୧ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୯୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬୪ଜଣ, ବରଗଡ଼ ଜିଲ୍ଲାରୁ ୯୦ଜଣ, ଭଦ୍ରକ ଜିଲ୍ଲାରୁ ୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୪ଜଣ, ବୌଦ୍ଧ ଜିଲ୍ଲାରୁ ୩୧ଜଣ, କଟକ ଜିଲ୍ଲାରୁ ୨୦୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୩ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୯ଜଣ, ଜଗତସିଂହପୁର ଜିଲ୍ଲାରୁ ୮୪ଜଣ, ଯାଜପୁର ଜିଲ୍ଲାରୁ ୧୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୭ଜଣ, କଳାହାଣ୍ଡି ଜିଲ୍ଲାରୁ ୭୬ଜଣ, କନ୍ଧମାଳ ଜିଲ୍ଲାରୁ ୩୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୦ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୮୫ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୫୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୦ଜଣ, ନୟାଗଡ଼ ଜିଲ୍ଲାରୁ ୩୫ଜଣ, ନୂଆପଡ଼ା ଜିଲ୍ଲାରୁ ୯୫ଜଣ, ପୁରୀ ଜିଲ୍ଲାରୁ ୪୯ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୪୯ଜଣ, ସୋନପୁର ଜିଲ୍ଲାରୁ ୪୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୮୬ଜଣ, ଷ୍ଟେଟପୁଲରୁ ୭୪ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୯୫୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୪୨୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୩୨୯୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୮୭୮୯୯୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ସେହିପରି ଗତ ୨୪ ଘଣ୍ଟାରେ କରୋନାଜନିତ ୧୫ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୦୭୨ରେ ପହଞ୍ଚିଛି ।

hiranchal ad1
Leave A Reply

Your email address will not be published.

2 × three =