ରାଜ୍ୟରେ ପୁଣି ୧୫୪୭ କରୋନା ପଜିଟିଭ ଚିହ୍ନଟ, ୧୧ ମୃତ

0 84

ଭୁବନେଶ୍ୱର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୫୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୮୬୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯୧ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୫୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୯ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୯ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୪ଜଣ, ଜଗତସିଂହପୁର ଜିଲ୍ଲାରୁ ୮୯ଜଣ, ଯାଜପୁର ଜିଲ୍ଲାରୁ ୭୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୨୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୧ଜଣ, କେନ୍ଦୁଝର ଜିଲ୍ଲାରୁ ୭୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୯ଜଣ, କୋରାପୁଟ ଜିଲ୍ଲାରୁ ୩୭ଜଣ, ମାଲକାନଗିରି ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୫୯ଜଣ, ପୁରୀ ଜିଲ୍ଲାରୁ ୫୯ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ, ଷ୍ଟେଟ ପୁଲ୍‌?ରୁ ୩୩ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୮୬୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୨୪୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୭୨୦୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୫୦୮୦୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଗତ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦୮ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ସଂପୃକ୍ତ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩ ଜଣ, କଟକରୁ ୨ ଜଣ, ଅନୁଗୁଳ, ଗଞ୍ଜାମ,ଝାରସୁଗୁଡା, କନ୍ଧମାଳ, ନୂଆପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ସଂକ୍ରମିତ କରୋନାରେ ଆଖିବୁଜିଛନ୍ତି ।

hiranchal ad1
Leave A Reply

Your email address will not be published.

thirteen + eight =