ପୁଣି ବଢିଲା ସଂକ୍ରମଣ : ଆଜି ଚିହ୍ନଟ ହେଲେ ୧୭୦୯ ପଜିଟିଭ, ୧୧ମୃତ

0 81

ଭୁବନେଶ୍ୱର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୭୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୧୮୨୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୫ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୨୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୯ଜଣ, ବାଲେଶ୍ୱର ଜିଲ୍ଲାରୁ ୬୧ଜଣ, ବରଗଡ଼ ଜିଲ୍ଲାରୁ ୯୯ଜଣ, ଭଦ୍ରକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୩ଜଣ, ବୌଦ୍ଧ ଜିଲ୍ଲାରୁ ୧୮ଜଣ, କଟକ ଜିଲ୍ଲାରୁ ୧୧୫ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୪ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୯ଜଣ, ଜଗତସିଂହପୁର ଜିଲ୍ଲାରୁ ୬୮ଜଣ, ଯାଜପୁର ଜିଲ୍ଲାରୁ ୪୧ଝଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭୨ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୨୧ଜଣ, କୋରାପୁଟ ଜିଲ୍ଲାରୁ ୩୮ଜଣ,ମାଲକାନଗିରି ଜିଲ୍ଲାରୁ ୩୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ୮୬ଜଣ, ପୁରୀ ଜିଲ୍ଲାରୁ ୫୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୪୩ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୭ଜଣ, ଷ୍ଟେଟ ପୁଲ୍‌ରୁ ୩୫ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୧୮୨୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୬୯୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୭୫୭୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୬୦୧୮୬୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୭୦୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୩୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ସୁନ୍ଦରଗଡ଼ରୁ ୩ , ଅନୁଗୁଳ, କଟକ, ଦେବଗଡ଼,କେନ୍ଦ୍ରାପଡ଼ା, ନୂଆପଡ଼ା, କେନ୍ଦୁଝର,ଖୋର୍ଦ୍ଧା ଓ ମାଲକାନଗିରିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

hiranchal ad1
Leave A Reply

Your email address will not be published.

fifteen + 13 =