ପୁଣି ରାଜ୍ୟରେ ୪୮୦ କରୋନା ପଜିଟିଭ ଚିହ୍ନଟ, ୬ମୃତ

0 123

ଭୁବନେଶ୍ୱର ୦୨ ।୧୨ : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୮୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୯୫୮୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୬ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୧୯ଜଣ, ବରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୩୫ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୨୮ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୩୧ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୧ଜଣ, ଷ୍ଟେଟ ପୁଲ୍‌ରୁ ୩୧ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୯୫୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୪୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୨୭୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୯୭୭୯୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୪୮୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୬ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମ ଜିଲ୍ଲାରୁ, ବାଲେଶ୍ୱର, ଝାରସୁଗୁଡା, ଖୋର୍ଦ୍ଧା ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

2 × 1 =