ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ ୨୬୩ ପଜିଟିଭ,୪ ମୃତ

0 77

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୭୫୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୯ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୧ଜଣ, ଷ୍ଟେଟ୍ ପୁଲ୍‌ରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୭୫୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୯୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୨୬୪୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୭୩୭୩୨୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଆଜି ଆଉ ୪ ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

hiranchal ad1
Leave A Reply

Your email address will not be published.

two × three =