ପୁଣି ୪୦ଜଣଙ୍କ ମୁଣ୍ଡ ନେଲା କରୋନା, ୩୫୯୦ ପଜିଟିଭ ଚିହ୍ନଟ

0 147

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୫୭୭ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ପୁରୀ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୦୩୯ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୫ଜଣ, ବରଗଡ଼ ଜିଲ୍ଲାରୁ ୫୧ଜଣ, ଭଦ୍ରକ ଜିଲ୍ଲାରୁ ୧୮୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୬ଜଣ, ବୌଦ୍ଧ ଜିଲ୍ଲାରୁ ୫୯ଜଣ, କଟକ ଜିଲ୍ଲାରୁ ୪୦୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୬ଜଣ, ଗଜପତି ଜିଲ୍ଲାରୁ ୨୯ଜଣ, ଗଞ୍ଜାମ ଜିଲ୍ଲାରୁ ୨୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୩ଜଣ, ଯାଜପୁର ଜିଲ୍ଲାରୁ ୩୩୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୪୧ଜଣ, କନ୍ଧମାଳ ଜିଲ୍ଲାରୁ ୪୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୧ଜଣ, କେନ୍ଦୁଝର ଜିଲ୍ଲାରୁ ୬୧ଜଣ, ଖୋର୍ଦ୍ଧାରୁ ୫୭୧, କୋରାପୁଟ ଜିଲ୍ଲାରୁ ୫୯ଜଣ, ମାଲକାନଗିରି ଜିଲ୍ଲାରୁ ୮୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୫୭ଜଣ, ନୟାଗଡ଼ ଜିଲ୍ଲାରୁ ୧୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୨୩୭ଜଣ, ରାୟଗଡ଼ା ଜିଲ୍ଲାରୁ ୮୮ଜଣ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୨୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୩ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

20 + 20 =