ରାଜ୍ୟରେ ପୁଣି ୪୪ଜଣଙ୍କ ଜୀବନ ନେଲା କରୋନା

0 124

ଭୁବନେଶ୍ୱର : ରାଜ୍ୟରେ ଗତ ଦୁଇଦିନ ତଳେ ସଂକ୍ରମଣଙ୍କ ସଂଖ୍ୟା ୩ ହଜାର ତଳକୁ ଖସିଥିବା ବେଳେ ପୁଣି ଗତକାଲିଠାରୁ ପଜିଟିଭ ସଂଖ୍ୟା ବୃଦ୍ଧି ପାଇଛଇ । ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ , ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଜଗତସିଂହପୁର , କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ନୟାଗଡ଼, ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବୌଦ୍ଧ, ଢେଙ୍କନାଳ, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭୮ଜଣ, ବରଗଡ଼ ଜିଲ୍ଲାରୁ ୪୫ଜଣ, ଭଦ୍ରକ ଜିଲ୍ଲାରୁ ୧୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୪୧ଜଣ, କଟକ ଜିଲ୍ଲାରୁ ୪୮୫ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧୦ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୮ଜଣ, ଯାଜପୁର ଜିଲ୍ଲାରୁ ୩୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୨୩ଜଣ, କନ୍ଧମାଳ ଜିଲ୍ଲାରୁ ୨୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୬ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୦୪ଜଣ, କୋରାପୁଟ ଜିଲ୍ଲାରୁ ୧୦୪ଜଣ, ମାଲକାନଗିରି ଜିଲ୍ଲାରୁ ୬୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୯ଜଣ, ନୟାଗଡ଼ ଜିଲ୍ଲାରୁ ୧୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୧୮୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୬ଜଣ, ଷ୍ଟେଟ ପୁଲ୍‌ରୁ ୮୯ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

5 × four =