ତାଳଗଛ ଲଗାଇବାକୁ ୭ କୋଟି ଟଙ୍କାର ବଜେଟ୍

0 35

ଭୁବନେଶ୍ୱର : ରାଜ୍ୟରେ ବଜ୍ରପାତ ସଂଖ୍ୟା ବଢ଼ି ଚାଲିଥିବାରୁ ତାଳ ଗଛ ଲଗାଇବା ପାଇଁ ରାଜ୍ୟ ସରକାର ୭ କୋଟି ଟଙ୍କା ବନ ବିଭାଗକୁ ଦେଇଛନ୍ତି । ଆଜି ବିଧାନସଭା ପ୍ରଶ୍ନକାଳରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ।

ମନ୍ତ୍ରୀ କହିଛନ୍ତି ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ପାଇଁ ସରକାର ପାଖରେ ଯଥେଷ୍ଟ ପାଣ୍ଠି ଅଛି। ବର୍ତ୍ତମାନ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପାଖରେ ୨୩୦୦ କୋଟି ଟଙ୍କା ଅଛି। ସେଥିରୁ ବିପର୍ଯ୍ୟୟ କ୍ଷତିପୂରଣ ପାଇଁ ୨୦୦ କୋଟି ଟଙ୍କା ରଖାଯାଇଛି। ବଜ୍ରପାତ ଜନିତ ମୃତ୍ୟୁ କ୍ଷେତ୍ରରେ ପ୍ରବାସୀ ଓଡ଼ିଆଙ୍କୁ ମଧ୍ଯ କ୍ଷତିପୂରଣ ପାଇଁ ବିଚାର ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି ।

hiring

ଗତ ୫ ବର୍ଷରେ ରାଜ୍ୟରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଉତ୍ତରପ୍ରଦେଶ ଆମଠାରୁ ବଡ଼ ରାଜ୍ୟ ହୋଇ ବି ୫ ବର୍ଷରେ ଯାଇଛି ମାତ୍ର ୫୪୨ ଜୀବନ। ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱର ଆଦି ଜିଲ୍ଲାରେ ବଜ୍ରପାତ ଜନିତ ମୃତ୍ୟୁସଂଖ୍ୟା ଅଧିକ। ୫ ବର୍ଷରେ ଝାରସୁଗୁଡ଼ାରେ ସର୍ବାଧିକ ୭୨ ଓ ବଲାଙ୍ଗୀରରେ ୫୫ ଜଣଙ୍କ ମୃତ୍ୟୁ ଘଟିଛି। ଗବେଷଣା ଜଣାପଡିଛି ଯେ ଓଡ଼ିଶାରେ ଅଧିକ ଖଣିଜ ପଦାର୍ଥ ଥିବାରୁ ବଜ୍ରପାତ ହେଉଛି। ଖଣିଜ ପଦାର୍ଥ ହେଉଛି ବିଦ୍ୟୁତ୍‌ ସୁପରିବାହୀ। ନିର୍ଦ୍ଦିଷ୍ଟ କେଉଁଠି ବଜ୍ରପାତ ହେବ ଆକଳନ ପାଇଁ ଜ୍ଞାନକୌଶଳ ଆସି ନାହିଁ।

ସେହିପରି ରାଜ୍ୟରେ ବଜ୍ରପାତ ସଂଖ୍ୟା ବଢ଼ି ଚାଲିଥିବାରୁ ତାଳ ଗଛ ଲଗାଇବାରେ ସମସ୍ତ ବିଧାୟକ ସଚେତନତା ସହ ସହଯୋଗ କରନ୍ତୁ ବୋଲି ମନ୍ତ୍ରୀ ଆଜି ନିବେଦନ କରିଛନ୍ତି।ବଜ୍ରପାତ ମୃତ୍ୟୁ ରୋକିବାରେ ତାଳ ଗଛର ରହିଛି ବଡ଼ ଭୂମିକା । ତେଣୁ ପାରମ୍ପରିକ ପଦ୍ଧତିରେ ରାଜ୍ୟରେ ବଜ୍ରପାତ ଜନିତ ମୃତ୍ୟୁ ରୋକିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର । ଗ୍ରାମାଂଚଳରେ ବହୁ ପରିମାଣର ତାଳଗଛ ଲଗାଇବାକୁ ୨୦୨୩ ସେପ୍ଟେମ୍ବରରେ ନିଷ୍ପତ୍ତି ହୋଇଥିବା ବେଳେ ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

hiranchal ad1
Leave A Reply

Your email address will not be published.

15 + ten =