ରାଜ୍ୟରେ ପୁଣି ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪ ମୃତ

0 68

ଭୁବନେଶ୍ୱର ୨୯ ।୧୧: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୮୩୦୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯୭ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୨୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, କଟକ ଜିଲ୍ଲାରୁ ୪୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୬ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୨୩ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ , ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୨ଜଣ, ଷ୍ଟେଟ ପୁଲ୍‌?ରୁ ୮ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୩୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୧୭ଟି ଆକ୍ଟିଭ୍‌? କେସ୍‌? ରହିଥିବା ବେଳେ ୩୧୦୫୪୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୮୬୩୧୯୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୫୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

hiranchal ad1
Leave A Reply

Your email address will not be published.

20 + four =